33.8 C
Bhubaneswar
Tuesday, August 4, 2026
Homeଓଡିଶାଭୁବନେଶ୍ୱରରୁ ସ୍ୱତନ୍ତ୍ର ଟ୍ରେନ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବ୍ରହ୍ମପୁର ଯାତ୍ରା

ଭୁବନେଶ୍ୱରରୁ ସ୍ୱତନ୍ତ୍ର ଟ୍ରେନ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବ୍ରହ୍ମପୁର ଯାତ୍ରା

ଗଞ୍ଜାମ  : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗଞ୍ଜାମ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭୁବନେଶ୍ୱର ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ୍‌ରେ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଛନ୍ତି ରାଷ୍ଟ୍ରପତି । ତାଙ୍କ ସ୍ୱାଗତ ପାଇଁ ବ୍ରହ୍ମପୁର ରେଳ ଷ୍ଟେସନରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।ବ୍ରହ୍ମପୁରରେ ପହଞ୍ଚିବା ପରେ କାରକେଡ୍‌ରେ ତପ୍ତପାଣି ଅଭିମୁଖେ ଯିବେ ରାଷ୍ଟ୍ରପତି । ସେଠାରେ ପ୍ରସିଦ୍ଧ ମା’ କନ୍ଧୁଣୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା ଓ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ବ୍ରହ୍ମପୁର ଗୋଳାବନ୍ଧ ସ୍ଥିତ ଆର୍ମି ଏଡି କଲେଜରେ ରାତ୍ରିଯାପନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ରହ୍ମପୁର ରେଳ ଷ୍ଟେସନ, ତପ୍ତପାଣି ଓ ଗୋଳାବନ୍ଧ ଅଞ୍ଚଳରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଡଗ୍ ସ୍କ୍ୱାଡ୍‌, ବୋମା ନିଷ୍କ୍ରିୟକାରୀ ଦଳ, ମେଟାଲ ଡିଟେକ୍ଟର ଓ ସଶସ୍ତ୍ର ସୁରକ୍ଷା ବାହିନୀଙ୍କୁ ମୁତୟନ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତପଥରେ ସୁରକ୍ଷାକୁ ନେଇ କୌଣସି ପ୍ରକାର ଢିଲାପଣ ନ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତାକାଲି ରାଷ୍ଟ୍ରପତି ପୁଣି ସ୍ୱତନ୍ତ୍ର ଟ୍ରେନ୍‌ ଯୋଗେ ବ୍ରହ୍ମପୁରରୁ ଭୁବନେଶ୍ୱର ଫେରିବେ । ତାଙ୍କ ଦୁଇ ଦିନିଆ ଗସ୍ତକୁ ନେଇ ଗଞ୍ଜାମ ଜିଲ୍ଲାରେ ପ୍ରଶାସନ ହାଇ ଆଲର୍ଟରେ ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking