36.1 C
Bhubaneswar
Wednesday, March 4, 2026
Homeଦେଶ ବିଦେଶରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର ପର୍ବ ଏକତା ଓ ଭାଇଚାରାକୁ ମଜଭୁୁତ କରେ। ଏହା ସହ ଏକାଠି ହୋଇ ବିକଶିତ ରାଷ୍ଟ୍ର ଗଠନରେ ଯୋଗଦାନ ପାଇଁ ସେ ଆହ୍ବାନ ଦେଇଛନ୍ତି। ସେହିପରି, ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ରାଜ୍ୟବାସୀ ହୋଲି ଶୁଭେଚ୍ଛା ଜଣାଇ ‘ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ, ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା’। ବୋଲି ସେ ତାଙ୍କ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ପୋଷ୍ଟ କରି ହୋଲି ହେଉଛି ଆନନ୍ଦ, ଉତ୍ସାହ ଏବଂ ଭାଇଚାରାର ପ୍ରତୀକ। ରଙ୍ଗର ଉତ୍ସବ ଜୀବନରେ ନୂତନ ଆଶା ଓ ସମ୍ଭାବନା ଭରିଦେଉ। ମହାପ୍ରଭୁଙ୍କ ନିକଟରେ ସୁଖ, ଶାନ୍ତି ଏବଂ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking