27.1 C
Bhubaneswar
Thursday, March 19, 2026
Homeଓଡିଶାଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ବର: ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ । ମହାମହିମଙ୍କ ଗସ୍ତକୁ ନେଇ ଟ୍ବିନ ସିଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି କମିସନରେଟ ପୁଲିସ୍ । ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ୧୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍‌ସ ଭୁବନେଶ୍ୱରର ପଞ୍ଚମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଏହା‌ପରେ କଟକ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେହିଦିନ ଅପରାହ୍ଣରେ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥିଭାବେ ଯୋଗଦେବା ସହ ‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’ ପ୍ରଦାନ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking