38.3 C
Bhubaneswar
Saturday, June 20, 2026
Homeଓଡିଶାପାହାଡପୁରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ପାହାଡପୁରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ମୟୁରଭଞ୍ଜ: ମୟୁରଭଞ୍ଜ ପାହାଡପୁରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଅଛନ୍ତି । ୪୭ ହଜାର ୬୦୦ କୋଟିର ପ୍ରକଳ୍ପର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଜନ୍ମଦିନ ଅବସରରେ ରାଜ୍ୟବାସୀଙ୍କୁ ଭେଟି ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଇଁ ରାଇରଙ୍ଗପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରହିଛି । ଏଥିରେ ଶକ୍ତି, ସଡ଼କ, ଜଳସେଚନ, ସ୍ୱାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଓ ଶିଳ୍ପ କ୍ଷେତ୍ର ଭଳି ବିଭିନ୍ନ ପ୍ରକଳ୍ପ ସାମିଲ ରହିଛି । ପ୍ରଧାନମନ୍ତ୍ରୀ ଏହି ଅବସରରେ ଜନସମାବେଶକୁ ସମ୍ବୋଧିତ କରିବେ । ଆଦିବାସୀ ଓ ଗ୍ରାମାଞ୍ଚଳର ବିକାଶ ସହ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ଏହି ଗସ୍ତ ଗୁରୁତ୍ୱ ଦେବ ବୋଲି କୁହାଯାଉଛି ।  ଗୋଟିଏ ମଞ୍ଚରେ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking