31.1 C
Bhubaneswar
Friday, March 29, 2024
Homeଦେଶ ବିଦେଶରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ । ଦେଶବ୍ୟାପୀ ଗାନ୍ଧୀ ଜୟନ୍ତୀ ପାଳନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀରେ ଥିବା ଗାନ୍ଧୀଜୀଙ୍କ ସମାଧିସ୍ଥଳ ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି  । ଏହା ବ୍ୟତୀତ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଓ ଅନ୍ୟାନ୍ୟ ବରିଷ୍ଠ ନେତୃବନ୍ଦଙ୍କ ସମେତ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ୍‌ଗେ ରାଜଘାଟରେ ସତ୍ୟ ଅହିଂସାର ପଥ ପ୍ରଦର୍ଶକ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅପର୍ଣ କରିଛନ୍ତି ।

ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଓ ବିଚାରଧାରାକୁ ମନେ ପକାଇ କହିଛନ୍ତି, ”ଆମେ ସବୁବେଳେ ବାପୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେଇଥାଉ । ତାଙ୍କର ବିଚାରଧାରା ଲକ୍ଷ ଲକ୍ଷ ଲୋକଙ୍କୁ ପ୍ରେରଣା ଯୋଗାଉଛି । ଚଳିତ ବର୍ଷ ଗାନ୍ଧୀ ଜୟନ୍ତୀ ଅଧିକ ସ୍ବତନ୍ତ୍ର କାରଣ ଭାରତ ଅମୃତ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି ।” ସେଥିପାଇଁ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ସମସ୍ତେ ଖଦି ଏବଂ ହସ୍ତଶିଳ୍ପୀ ସାମଗ୍ରୀ କିଣନ୍ତୁ ବୋଲି ନିବେଦନ କରିଛନ୍ତି ମୋଦି ।
ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ମଧ୍ୟ ଜନ୍ମ ଜୟନ୍ତୀ । ଶାସ୍ତ୍ରୀ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବିଜୟ ଘାଟରେ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛି ଏବଂ ଦେଶପ୍ରତି ତାଙ୍କର ଅବଦାନକୁ ସ୍ମରଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ବିଜୟ ଘାଟରେ ପହଞ୍ଚି ଶାସ୍ତ୍ରୀଙ୍କୁ ଶ୍ରଦ୍ଧାସୁମନ ଅପର୍ଣ କରିଛନ୍ତି । ଆଜି ଭାରତର ଏହି ଦୁଇ ମହାପୁରୁଷଙ୍କୁ ମନେ ପକାଉଛି ଦେଶ । ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତ୍ରୀ ପାଳନ କରାଯାଉଛି । ଏହି ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଛି । ଦେଶ ପ୍ରତି ଏହି ଦୁଇ ମହାପୁରୁଷ ଅବଦାନ ଅତୁଳନୀୟ । ମାତ୍ର ୧୬ ବର୍ଷ ବୟସରେ ମହାତ୍ମା ଗାନ୍ଧୀଙ୍କ ଅସହଯୋଗ ଆନ୍ଦୋଳନରେ ଭାଗ ନେଇ ଲାଲା ବାହାଦୂର ଶାସ୍ତ୍ରୀ ଭାରତକୁ ସ୍ବାଧୀନତା ଦେବାକୁ ଲଢିଥିଲେ । ଲାଲ ବାହାଦୂର ଶାସ୍ତ୍ରୀଙ୍କ ଅଦ୍ବିତୀୟ ପ୍ରତିଭା ତାଙ୍କୁ ଆଣିଦେଇଥିଲା ସ୍ବତନ୍ତ୍ର ପରିଚୟ । ସେ ଗାନ୍ଧୀଙ୍କ ବିଚାର ଏବଂ ଜୀବନଶୈଳୀ ତାଙ୍କୁ ପ୍ରେରଣା ଯୋଗାଉଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking