29.1 C
Bhubaneswar
Wednesday, May 1, 2024
Homeଓଡିଶାକାଲି ସନ୍ଧ୍ୟାରେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି

କାଲି ସନ୍ଧ୍ୟାରେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି

ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । କାଲି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେଠାରୁ ସିଧା ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ । ୨୧ ତାରିଖ ସକାଳେ ଭୁବନେଶ୍ୱର ଏୟାରପୋର୍ଟ ହୋଇ ଝାରସୁଗୁଡ଼ା ଏୟାରପୋର୍ଟରେ ପହଞ୍ଚିବ ରାଷ୍ଟ୍ରପତି । ଝାରସୁଗୁଡ଼ାରୁ ରାଷ୍ଟ୍ରପତି ରାଉରକେଲା ଗସ୍ତ କରିବେ । ସକାଳ ୧୧ଟାରେ ରାଉରକେଲା ସ୍ଥିତ ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଏହାପରେ ରାଷ୍ଟ୍ରପତି ଅପରାହ୍ନରେ ଆଇଜିଏଚର ସୁପର ସ୍ପେଶାଲିଟି ହସ୍ପିଟାଲକୁ ବି ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking