ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସିବେ । ଗସ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି । ସୂଚନା ମୁତାବକ, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ ।