30.1 C
Bhubaneswar
Tuesday, February 3, 2026
Homeଓଡିଶାଓଡ଼ିଶା ଆସିବେ ରାଷ୍ଟ୍ରପତି

ଓଡ଼ିଶା ଆସିବେ ରାଷ୍ଟ୍ରପତି

ମୟୁରଭଞ୍ଜ: ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ୩ ଦିନ ଧରି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଯୋଗଦେବା ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ତା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସ୍ବତନ୍ତ୍ର ହେଲିକେପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ୍‌ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରି ସଡ଼କ ପଥରେ ନିଜ ଜନ୍ମମାଟି ଉପରବେଡ଼ା ଗାଁକୁ ଯିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking