30.1 C
Bhubaneswar
Tuesday, February 10, 2026
Homeଦେଶ ବିଦେଶଜମ୍ମୁ-କଶ୍ମୀରରୁ ହଟିଲା ରାଷ୍ଟ୍ରପତି ଶାସନ

ଜମ୍ମୁ-କଶ୍ମୀରରୁ ହଟିଲା ରାଷ୍ଟ୍ରପତି ଶାସନ

ଶ୍ରୀନଗର : ଜମ୍ମୁ-କଶ୍ମୀରରୁ ହଟିଲା ରାଷ୍ଟ୍ରପତି ଶାସନ। ରବିବାର ବିଳମ୍ବିତ ରାତିରେ ପ୍ରାୟ ୭ ବର୍ଷ ୪ ମାସ ପରେ ଜମ୍ମୁ-କଶ୍ମୀରରୁ ରାଷ୍ଟ୍ରପତି ଶାସନକୁ ହଟାଇ ଦିଆଯାଇଛି। ବିଳମ୍ବିତ ରାତିରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମଧ୍ୟ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଥିଲା। ଏହା ପରେ ନୂତନ ସରକାର ଗଠନ ଲାଗି ଓମାର ଅବଦୁଲ୍ଲାଙ୍କ ପାଇଁ ବାଟ ଫିଟିଛି।

ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ସରିବା ପରେ ଏବେ ଏଠାରେ ନୂତନ ସରକାର ଗଠନ ପାଇଁ ଚାଲିଛି ପ୍ରସ୍ତୁତି। ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନରେ ନ୍ୟାସନାଲ କନଫରେନ୍ସ ମେଣ୍ଟ ବିଜୟୀ ହୋଇଛି। ଏନ୍‌ସି ମେଣ୍ଟକୁ ନ୍ୟାସନାଲ କନଫରେନ୍ସକୁ ୪୯ଟି ଆସନ ମିଳିଥିବା ବେଳେ ବିଜେପିକୁ ୨୯ ଟି ଆସନ ମିଳିଛି। ଆସନ୍ତା ୧୬ ତାରିଖରେ ଏନ୍‌ସି ମେଣ୍ଟ ସରକାର ଶପଥ ଗ୍ରହଣ କରିପାରେ। ନ୍ୟାସନାଲ କନ୍‌ଫରେନ୍ସର ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ଜମ୍ମୁ-କଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସେ ମିଳିତ ମେଣ୍ଟର ନେତା ଭାବରେ ନିର୍ବାଚିତ ହୋଇଛନ୍ତି।

ବିଧାନସଭା ନିର୍ବାଚନରେ ସବୁଠାରୁ ବଡ଼ ଦଳ ଭାବେ ଉଭା ହୋଇଥିବା ନ୍ୟାସନାଲ କନଫରେନ୍ସକୁ ମଧ୍ୟ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ମିଳିବା ଆରମ୍ଭ ହୋଇଛି। ଜମ୍ମୁର ଚମ୍ବ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଜିତିଥିବା ସ୍ୱାଧୀନ ନେତା ସତୀଶ ଶର୍ମା ନ୍ୟାସନାଲ କନଫରେନ୍ସରେ ଯୋଗ ଦେଇଛନ୍ତି। ରବିବାର ଡୋଡାରେ ଏକ ରାଲିକୁ ସମ୍ବୋଧିତ କରି ଆପ୍ ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ଆମ୍ ଆଦମୀ ପାର୍ଟି ସରକାର ଗଠନରେ ଏନସିକୁ ପୂର୍ଣ୍ଣ ସମର୍ଥନ କରିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking