18.1 C
Bhubaneswar
Saturday, November 23, 2024
Homeଓଡିଶାଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ । ପ୍ରଥମରୁ ପଂଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ୩ ତାରିଖରୁ ଖୋଲିବ । ୩ ତାରିଖରୁ ରାଜ୍ୟରେ ୨୭ ହଜାର ସ୍କୁଲ ଖୋଲିବ । ସକାଳ ୯ଟାରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ଚାଲିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ , ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୬ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୬ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୮୩ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୫ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୧୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୦୯୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୫୫୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking