18.1 C
Bhubaneswar
Monday, November 25, 2024
Homeଓଡିଶାସମ୍ବଲପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ସମ୍ବଲପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଦିନିକିଆ ଓଡ଼ିଶା ଗସ୍ତ । ଏହାରି ଭିତରେ ସେ ଏବେ ସମ୍ବଲପୁରରେ ପହଞ୍ଚିଛନ୍ତି । ପ୍ରଥମେ ସେ ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ମନ୍ତ୍ରୀ ସାରଦା ନାଏକ, ସାଂସଦ ସୁରେଶ ପୂଜାରୀଙ୍କ ସମେତ ଅନ୍ୟ ନେତୃବୃନ୍ଦ ଓ ସ୍ଥାନୀୟ ପ୍ରଶାସନ ଦ୍ୱାରା ଭବ୍ୟ ସ୍ୱାଗତ କରାଯାଇଥିଲା । ପରେ ସେ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ସମ୍ବଲପୁରରେ ପହଞ୍ଚିଛନ୍ତି । ତେବେ ସୂଚନା ଅନୁଯାୟୀ , ପ୍ରଧାନମନ୍ତ୍ରୀ ଅପରାହ୍ନ ୨ଟା ୧୫ ସମୟରେ ଆଇଆଇଏମ କ୍ୟାମ୍ପସକୁ ଯିବେ । ଏଠାରେ ସେ ପ୍ରଥମେ ୪୦୦ କୋଟିର ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପଣ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଟ ୨୩ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟ କିଛି ମନ୍ତ୍ରୀ ଯୋଗ ଦେବେ । ଅପରାହ୍ନ ୩ଟା ପର୍ୟ୍ୟନ୍ତ କାର୍ୟ୍ୟକ୍ରମ ଚାଲିବ । ଏହାପରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବଲପୁର ରେମେଡ୍ ପଡିଆକୁ ଆସି ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେବେ ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking