32.1 C
Bhubaneswar
Monday, October 21, 2024
Homeଓଡିଶାସମ୍ୱଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ସମ୍ୱଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ସମ୍ୱଲପୁର: ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ । ସମ୍ବଲପୁର ଓଓଗର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର‌୍ୟ୍ୟକ୍ରମ ରହିଛି। ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।

ହେଲିପ୍ୟାଡ ଏବଂ ମଂଚ ପ୍ରସ୍ତୁତି ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ ଆଇ.ଆଇ.ଏମର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି। ସେହିପରି ରାଜ୍ୟ ବିଜେପି ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁସଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଛି।

ଅପରାହ୍ନରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ। ସେଠାରୁ ସ୍ବତନ୍ତ୍ର ହେଲିକପଟରରେ ସମ୍ବଲପୁର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ ଯାଏଁ ଯାଇ ଆଇଆଇଏମ୍ କ୍ୟାମ୍ପସରେ ପହଞ୍ଚିବେ। ସେଠାରେ ଲୋକାର୍ପଣ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କାର‌୍ୟ୍ୟକ୍ରମ ରହିଛି। ପରେ ରେମେଡ୍ ପଡ଼ିଆରେ ଏକ ସାଧାରଣ ସଭାକୁ ମୋଦି ସମ୍ବୋଧନ କରିବା କାର‌୍ୟ୍ୟକ୍ରମ ରହିଛି। ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking