35.1 C
Bhubaneswar
Wednesday, April 29, 2026
Homeଦେଶ ବିଦେଶ୩ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

୩ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ଆଜିଠୁ ୩ ଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨୧ରୁ ୨୩ତାରିଖ ପର୍ଯ୍ୟନ୍ତ ସେଠା​‌ରେ ରହଣୀ କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆମେରିକାର ୱିଲମିଂଟନରେ କ୍ୱାଡ୍‌‌ ଶିଖର ସମ୍ମିଳନୀରେ ଯୋଗ ଦେବେ। ରାଷ୍ଟ୍ରପତି ଜୋ ବାଇଡେନ ଏହି ଶିଖର ସମ୍ମିଳନୀର ଆୟୋଜନ କରିଛନ୍ତି। ତେବେ ଭାରତ ଚଳିତ ବର୍ଷ କ୍ୱାଡ୍‌‌ ଶିଖର ସମ୍ମିଳନୀ ଆୟୋଜନ କରିବାର ଥିଲା।

କିନ୍ତୁ ଆମେରିକାର ଅନୁରୋଧ କ୍ରମେ ଭାରତ ୨୦୨୫ରେ ଏହି ଶିଖର ସମ୍ମିଳନୀ ଆୟୋଜନ କରିବ। ଶିଖର ସମ୍ମିଳନୀରେ ସାମିଲ ହୋଇଥିବା ସଦସ୍ୟ ଦେଶର ନେତାମାନେ କ୍ୱାଡର ଅଗ୍ରଗତିର ସମୀକ୍ଷା କରିବେ। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ବ୍ୟତୀତ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନେସ୍‌‌ ଏବଂ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିସିଦା ମଧ୍ୟ ଏଥିରେ ଯୋଗ ଦେବେ।

ଏହାସହିତ ମୋଦୀ ନ୍ୟୁୟର୍କରେ ଜାତିସଂଘ ସାଧାରଣ ସଭାରେ ଏକ ଶିଖର ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଅନୁଯାୟୀ ସେପ୍ଟେମ୍ବର ୨୨ରେ ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟର ଏକ ସମାବେଶକୁ ସମ୍ବୋଧିତ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking