31.1 C
Bhubaneswar
Tuesday, October 22, 2024
Homeଓଡିଶାଝାରସୁଗୁଡ଼ାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଝାରସୁଗୁଡ଼ାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ଝାରସୁଗୁଡ଼ାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିଛନ୍ତି ମୋଦୀ । ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀରୁ ଆସି ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିିଛନ୍ତି । ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ମୋଦୀ ସମ୍ବଲପୁର ଅଭିମୁଖେ ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ କରିବେ । ଏଥିସହ ସମ୍ବଲପୁରରେ ଆୟୋଜିତ ବିଜେପିର ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେବେ । ଏଥିପାଇଁ ଚଳଚଞ୍ଚଳ ହୋଇପଡିଛି ସମ୍ବଲପୁର । ପୋଲିସ ପ୍ରଶାସନ ପକ୍ଷରୁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ତେବେ ସୂଚନା ଅନୁଯାୟୀ , ପ୍ରଧାନମନ୍ତ୍ରୀ ଅପରାହ୍ନ ୨ଟା ୧୫ ସମୟରେ ଆଇଆଇଏମ କ୍ୟାମ୍ପସକୁ ଯିବେ । ଏଠାରେ ସେ ପ୍ରଥମେ ୪୦୦ କୋଟିର ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପଣ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଟ ୨୩ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟ କିଛି ମନ୍ତ୍ରୀ ଯୋଗ ଦେବେ । ଅପରାହ୍ନ ୩ଟା ପର୍ୟ୍ୟନ୍ତ କାର୍ୟ୍ୟକ୍ରମ ଚାଲିବ । ଏହାପରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବଲପୁର ରେମେଡ୍ ପଡିଆକୁ ଆସି ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking