27.1 C
Bhubaneswar
Sunday, September 22, 2024
Homeଦେଶ ବିଦେଶପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କୁ ଭେଟିଲେ ମୋଦି

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଥିବା ୧୯ ଛାତ୍ରଛାତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ବାସଭବନରେ ସମସ୍ତଙ୍କ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି। ପୁରସ୍କାର ପ୍ରାପ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ସ୍ମରଣିକା ପ୍ରଦାନ ସହ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରିଛନ୍ତି । ପିଲାମାନେ ସେମାନଙ୍କର ସଫଳତାର ବିବରଣୀ ମୋଦିଙ୍କ ବାଣ୍ଟିଥିଲେ। ସଂଗୀତ, ସଂସ୍କୃତି, ସୌର ଶକ୍ତି, ବ୍ୟାଡମିଣ୍ଟନ୍, ଚେସ୍ ଭଳି କ୍ରୀଡା ଭଳି ବିଭିନ୍ନ ବିଷୟ ନେଇ ମଧ୍ୟ ଆଲୋଚନା କରାଯାଇଥିଲା । ପିଲାଙ୍କ ସହ ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା ବିଷୟରେ ମଧ୍ୟ ଆଲୋଚନା କରିଥିଲେ। ଏହି ଯୋଜନାରେ ଲୋକମାନେ କିପରି ଉପକୃତ ହେବେ ସେ ବିଷୟରେ ମଧ୍ୟ କହିଥିଲେ ପ୍ରଧାନମନ୍ତ୍ରୀ । ସେବା, କ୍ରୀଡା, କଳା, ସଂସ୍କୃତି ଏବଂ ସାହାସିକତା ଭଳି ୬ଟି ବର୍ଗରେ ଉଲ୍ଲେଖନୀୟ ସଫଳତା ପାଇଁ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ୧୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଛାତ୍ରଛାତ୍ରୀଙ୍କୁ ବାଲ ପୁରସ୍କାର ପ୍ରଦାନ କରିଥିଲେ ରାଷ୍ଟ୍ରପତି । ମେଡାଲ ସହ ଛାତ୍ରଛାତ୍ରୀଙ୍କୁ ଅର୍ଥ ରାଶି ଓ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା । ୧୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରେ ୧୦ ଜଣ ପୁଅ ୯ଜଣ ଝିଅ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking