16.1 C
Bhubaneswar
Saturday, December 20, 2025
Homeଦେଶ ବିଦେଶ୩ ଦିନିଆ ପୋଲାଣ୍ଡ ଓ ୟୁକ୍ରେନ ଗସ୍ତରେ ପ୍ରଧାନମନ୍ତ୍ରୀ

୩ ଦିନିଆ ପୋଲାଣ୍ଡ ଓ ୟୁକ୍ରେନ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ତିନି ଦିନିଆ ପୋଲାଣ୍ଡ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ଗସ୍ତ। ପୋଲାଣ୍ଡର ୱାର୍ସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରାଯିବ। ଏଠାରେ ସେ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ୍ ଡୁଡାଙ୍କୁ ଭେଟିବେ। ଏଥିସହ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ଏହା ବ୍ୟତୀତ ପିଏମ ମୋଦି ପୋଲାଣ୍ଡରେ ରହୁଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ଭେଟିବା କାର୍ୟ୍ୟକ୍ରମ ରହିଛି। ସେପଟେ ପୋଲାଣ୍ଡରେ ରହୁଥିବା ଭାରତୀୟମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ତାଙ୍କୁ ସ୍ୱାଗତ କରିବାକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।ପୋଲାଣ୍ଡ ପରେ ମୋଦି ଅଗଷ୍ଟ ୨୩ ତାରିଖରେ ୟୁକ୍ରେନ ଗସ୍ତ ମଧ୍ୟ କରିବେ। ଏଥିପାଇଁ ସେ ପୋଲାଣ୍ଡରୁ ୟୁକ୍ରେନ ପର୍ୟ୍ୟନ୍ତ ୧୦ ଘଣ୍ଟା ଟ୍ରେନରେ ଯାତ୍ରା କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking