25.1 C
Bhubaneswar
Wednesday, March 25, 2026
Homeଓଡିଶାଗାଡକଣା ଅଭିମୁଖେ ପ୍ରଧାନମନ୍ତ୍ରୀ

ଗାଡକଣା ଅଭିମୁଖେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱରର ଏୟାରପୋର୍ଟରୁ ବାହାରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏୟାରପୋର୍ଟରୁ ସିଧା ଗାଡକଣା ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଗାଡକଣାରୁ ଜନତା ମଇଦାନ ଆସି ‘ସୁଭଦ୍ରା’ ଶୁଭାରମ୍ଭ କରିବେ ମୋଦୀ । ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଛି ଭବ୍ୟ ଆୟୋଜନ। ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି। ତାସହ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ।ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking