28.1 C
Bhubaneswar
Monday, February 9, 2026
Homeଓଡିଶା୧୬,୧୮୪ ଅଯୋଗ୍ୟ ପରିବାରକୁ ରାସନ: ମନ୍ତ୍ରୀ

୧୬,୧୮୪ ଅଯୋଗ୍ୟ ପରିବାରକୁ ରାସନ: ମନ୍ତ୍ରୀ

ଭୁବନେଶ୍ୱର: ବିଜେଡି ବିଧାୟକ ଗଣେଶ୍ୱର ବେହେରା ବିଧାନସଭାରେ ଆଜି ପର୍ୟ୍ୟନ୍ତ କେତେ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି, ତାର ରିପୋର୍ଟ ମାଗିଥିଲେ । ଯାହାର ଉତ୍ତର ଦେଇଥିଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨ କୋଟି ୯୯ ଲକ୍ଷ ୫୦ ହଜାର ୮୨୦ ଜଣ ପିଡିଏସ୍ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି । ସେମାନଙ୍କ ମଧ୍ୟରୁ ୨ କୋଟି ୯୮ ଲକ୍ଷ ୧୪ ହଜାର ୯୨୧ ପିଡିଏସ୍ ହିତାଧିକାରୀ ଓଡ଼ିଶା ଭିତରେ ଥାଇ ଏବଂ ୧ ଲକ୍ଷ ୩୫ ହଜାର ୮୯୯ ପିଡିଏସ୍ ହିତାଧିକାରୀ ଓଡ଼ିଶା ବାହାରେ ଥାଇ ନିଜ ଇ-କେଓ୍ୱାଇସି କରାଇଛନ୍ତି । ତେବେ ଯାଞ୍ଚ ପ୍ରକ୍ରିୟାରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କୁ ରାସନ କାର୍ଡ ତଥ୍ୟାବଳୀରେ ଚିହ୍ନଟ କରାଯାଇ ବାଦ୍ ଦିଆଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । ଅନ୍ୟପଟେ ରାଜ୍ୟରେ ଇ-କେଓ୍ୱାଇସି ଯାଞ୍ଚ ସମୟରେ, ୧୬ ହଜାର ୧୮୪ ଜଣ ଅଯୋଗ୍ୟ ପରିବାର ରାସନ କାର୍ଡ ହାତେଇଥିବା ନେଇ ତଥ୍ୟ ଦେଇଛନ୍ତି ଯୋଗାଣ ମନ୍ତ୍ରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking