30.1 C
Bhubaneswar
Wednesday, March 25, 2026
Homeଓଡିଶାକୃଷକଙ୍କୁ ପର୍ଯ୍ୟାପ୍ତ ବଜାର ସୁବିଧା ସହ ଉତ୍ପାଦର ଉଚିତ ମୂଲ୍ୟ ପ୍ରଦାନ, ବଳକା ଶସ୍ୟର ସୁରକ୍ଷା...

କୃଷକଙ୍କୁ ପର୍ଯ୍ୟାପ୍ତ ବଜାର ସୁବିଧା ସହ ଉତ୍ପାଦର ଉଚିତ ମୂଲ୍ୟ ପ୍ରଦାନ, ବଳକା ଶସ୍ୟର ସୁରକ୍ଷା ଆମର ପ୍ରାଥମିକତା: କେ ଭି ସିଂହଦେଓ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଶୀତଳ ଭଣ୍ଡାର ଭିତ୍ତିଭୂମି ସୁଦୃଢ଼ୀକରଣ ଉପରେ ଏକ ବୈଠକ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । କୃଷି ଏକ ଅବିରତ ପ୍ରୟାସ । ଏହା ବର୍ଷସାରା ଲୋକଙ୍କୁ ଦାନା ଯୋଗାଇ ଦେବା ସହ ରୋଜଗାରର ସ୍ରୋତ ଯୋଗାଇ ଥାଏ । ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ ସହ ପ୍ରାକୃତିକ ଖଣିଜ ସମ୍ପଦରେ ପରିପୂର୍ଣ୍ଣ । ଏହାର ସୁଦୀର୍ଘ ବେଳାଭୂମି ଏବଂ ସାମୁଦ୍ରିକ ପରିବହନ ବ୍ୟବସ୍ଥା ମଧ୍ୟ ସୁଦୃଢ଼ ହେଉଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆହୁରି କହିଥିଲେ ଯେ, ପୂର୍ବରୁ ଖାଦ୍ୟ ନିଅଣ୍ଟିଆ ରାଜ୍ୟ ଓଡ଼ିଶା ବର୍ତ୍ତମାନ ଖାଦ୍ୟ ବଳକା ରାଜ୍ୟରେ ପରିଣତ ହୋଇଛି ।

ବର୍ତ୍ତମାନ ଏହାର ଫଳ, ପନିପରିବା ଏବଂ ଖାଦ୍ୟଶସ୍ୟ ବିଦେଶକୁ ରପ୍ତାନି ମଧ୍ୟ ହେଲାଣି । ବିଦେଶରେ ଓଡ଼ିଶାର ସୁବାସିତ ଚାଉଳ ଓ ପନିପରିବାର ଚାହିଦା ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି । କୃଷକଙ୍କୁ ପର୍ଯ୍ୟାପ୍ତ ବଜାର ସୁବିଧା ସହ ଉତ୍ପାଦର ଉଚିତ ମୂଲ୍ୟ ପ୍ରଦାନ, ବଳକା ଶସ୍ଯର ସୁରକ୍ଷା ଆମର ପ୍ରାଥମିକତା । ଏହାକୁ ଧ୍ୟେୟ କରି ରାଜ୍ୟର ପ୍ରତ୍ୟେକ ସବ ଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ କରାଯିବା ପ୍ରକ୍ରିୟା ଜାରି ରହିଛି । ଏହା ଆମ ଚାଷୀ ଭାଇଭଉଣୀଙ୍କ ରୋଜଗାରରେ ବୃଦ୍ଧି ସହିତ ରାଜ୍ୟରେ ଦେଖା ଦେଉଥିବା କୃତ୍ରିମ ଅଭାବକୁ ଦୂର କରିବାରେ ସହାୟକ ହେବ । ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ଏକ କମ୍ପାନୀ ତରଫରୁ ପ୍ରସ୍ତାବ ମଧ୍ୟ ଉପସ୍ଥାପନ ହୋଇଥିଲା । ବୈଠକରେ କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking