20.1 C
Bhubaneswar
Sunday, December 7, 2025
Homeଓଡିଶାସୋମବାର ୪ ଘଣ୍ଟା ବନ୍ଦ ରହିବ ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ

ସୋମବାର ୪ ଘଣ୍ଟା ବନ୍ଦ ରହିବ ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆସନ୍ତା ୧୭ ତାରିଖ ସୋମବାର ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି ହେବ । ଏହା ଦଇତାପତି ସେବକଙ୍କ ଗୋଷ୍ଠୀଗତ ସେବା । ଅପରାହ୍ଣରୁ ସନ୍ଧ୍ୟା ସମୟରେ ଏହି ନୀତି ସମ୍ପନ୍ନ ହେବ । ଏହି ଗୁପ୍ତ ନୀତି ସମୟରେ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ସ୍ୱତନ୍ତ୍ର ସେବା ହୋଇଥାଏ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ବୋଲି ସେବକମାନେ କହିଛନ୍ତି । ସୋମବାର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ପଇତା ଲାଗି ସମୟ ଧାର୍ୟ୍ୟ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking