ଭୁବନେଶ୍ବର: ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।










