28.1 C
Bhubaneswar
Saturday, April 27, 2024
Homeଓଡିଶାଜେଲ୍‌ରେ ପୁଞ୍ଜିଲାଲଙ୍କୁ ମାଡ଼ ଅଭିଯୋଗ

ଜେଲ୍‌ରେ ପୁଞ୍ଜିଲାଲଙ୍କୁ ମାଡ଼ ଅଭିଯୋଗ

ଭୁବନେଶ୍ୱର: ବଲାଙ୍ଗୀର ଜିଲ୍ଲା କାରାଗାରରେ କଏଦୀ ପୁଞ୍ଜିଲାଲ ମେହେରଙ୍କୁ ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ମାଡ଼ ଅଭିଯୋଗ ହୋଇଛି । ମାଡ ଅଭିଯୋଗର ସର୍ଜମିନ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ ହୋଇଛି । ପାଟଣାଗଡ଼ SDJM କୋର୍ଟରେ ମାଡ଼ ନେଇ ତାଙ୍କର ଓକିଲ ଜଣାଇଛନ୍ତି । ଏହାସହ ଚିକିତ୍ସା ବ୍ୟବସ୍ଥା କରିବାକୁ ଓକିଲ କହିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ପାର୍ସଲ ବୋମା ବିସ୍ଫୋରଣ ଘଟଣାର ମାଷ୍ଟର ମାଇଣ୍ଡ ପୁଞ୍ଜିଲାଲ ମେହେର ଏବେ ଜେଲରେ ଅଛନ୍ତି । ୨୦୧୮ ଫେବ୍ରୁଆରି ୨୩ ତାରିଖରେ ପାଟଣାଗଡ଼ ଅଞ୍ଚଳରେ ଘଟିଥିଲା ପାର୍ସଲ ବୋମା ବିସ୍ଫୋରଣ । ସୌମ୍ୟଶେଖର ଓ ରିମାଙ୍କ ବାହାଘରର ୫ ଦିନ ପରେ ଘରେ ପହଞ୍ଚିଥିଲା ଏକ ଗିଫ୍ଟ ପାର୍ସଲ । ଏହାକୁ ଖୋଲିବା ପରେ ଘଟିଥିଲା ଏହି ଭୟଙ୍କର ବିସ୍ଫୋରଣ । ପୁଞ୍ଜିଲାଲ ଥିଲେ ଏହି ବିସ୍ଫୋରଣର ମାଷ୍ଟର ମାଇଣ୍ଡ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking