24.4 C
Bhubaneswar
Tuesday, April 7, 2026
Homeଓଡିଶାପୁଞ୍ଜିଲାଲକୁ ଆଜୀବନ କାରାଦଣ୍ଡ

ପୁଞ୍ଜିଲାଲକୁ ଆଜୀବନ କାରାଦଣ୍ଡ

ବଲାଙ୍ଗୀର: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଆସିଛି ରାୟ। ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ପାଟଣାଗଡ଼ ADJ କୋର୍ଟ। ୭ ବର୍ଷର ନ୍ୟାୟିକ ତଦନ୍ତ ପରେ ରାୟ ପ୍ରକାଶ ପାଇଛି। ୨ ହଜାର ପୃଷ୍ଠାର ଚାର୍ଜସିଟ୍ ଓ ୬୦ରୁ ଅଧିକ ସାକ୍ଷୀଙ୍କ ସାକ୍ଷ୍ୟଗ୍ରହଣ ସହ ପକ୍ଷ ଓ ପ୍ରତିପକ୍ଷଙ୍କ ଜୋରଦାର ଯୁକ୍ତିତର୍କ ପରେ ଦୋଷୀ ସାବ୍ୟସ୍ତ ହୋଇଛି ପୁଞ୍ଜିଲାଲ। ଏଥିସହ କୋର୍ଟ ପୁଞ୍ଜିଲାଲଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହାଛଡ଼ା ୫୦ ହଜାର ଟଙ୍କା ଜୋରିମାନା କରିଛନ୍ତି ।

୧୮ ଫେବ୍ରୁଆରୀ ୨୦୧୮। ପାଟଣାଗଡରେ ସୌମ୍ୟଶେଖର ଓ ରିମାଙ୍କ ବିବାହ ହୋଇଥିଲା। ୨୩ ତାରିଖରେ ରିସେପସନରେ ମିଳିଥିବା ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାର ତଦନ୍ତ କରି କ୍ରାଇମବ୍ରାଂଚ୍ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା। ଭଇଁଷା କଲେଜ୍ ଅଧ୍ୟକ୍ଷା ତଥା ସୌମ୍ୟଶେଖରଙ୍କ ମା ସଂଯୁକ୍ତା ସାହୁଙ୍କ ସହ ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ରକରି ଅଧ୍ୟାପକ ପୁଞ୍ଜିଲାଲ ରଚିଥିଲେ ପୁରା ପ୍ଲାନ୍। ବୋମା ନିଜେ ତିଆରି କରି ଏହାକୁ କୋରିୟର୍ ସଂସ୍ଥା ଜରିଆରେ ସଂଯୁକ୍ତାଙ୍କ ଘରକୁ ପଠାଇଥିଲା। ଆଉ ପାର୍ସଲ ଖୋଲିବା ପରେ ହୋଇଥିବା ବିସ୍ଫୋରଣରେ ପୁଅ ସୌମ୍ୟ ଓ ଶାଶୁଙ୍କ ଯାଇଥିଲା ଜୀବନ। ଶୁଣାଣି ର୍ପୂବରୁ ପାଟଣାଗଡ଼ କୋର୍ଟର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking