ଭୁବନେଶ୍ବର : ପୁରୀ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ସମ୍ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ମୁଖ୍ୟମନ୍ତ୍ରୀ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହାସହ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ବରିଷ୍ଠ ଡାକ୍ତରଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।