ପୁରୀ: ପୁରୀ ଅଘଟଣର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି। ଏହା ସହିତ ଡିସିପି ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଶ୍ରୀ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।