25.1 C
Bhubaneswar
Tuesday, March 24, 2026
Homeଓଡିଶାପୁରୀ ଅଘଟଣ: ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ...

ପୁରୀ ଅଘଟଣ: ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା

ଭୁବନେଶ୍ୱର: ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ। ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ କାରଣରୁ ତିନି ଜଣ ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଛି। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି। ଏହା ସହିତ ଡିସିପି ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଶ୍ରୀ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking