27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଆଜିଠୁ ବିନା କୋଭିଡ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ

ଆଜିଠୁ ବିନା କୋଭିଡ ରିପୋର୍ଟରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ : ଆଜି ଶେଷ ହୋଇଛି ପ୍ରତୀକ୍ଷା। ଦୀର୍ଘମାସ ଧରି କାଳିଆର ସେ ଦିବ୍ୟ ଦର୍ଶନରୁ ବଞ୍ଚିତ ଭକ୍ତଙ୍କ ମନର ଅବସାଦ ମେଣ୍ଟିଛି। ଆଜି ସର୍ବସାଧାରଣଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର।  ବିନା କୋଭିଡ୍ ନେଗେଟିଭ୍ ରିପୋର୍ଟରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ହଟିଛି କଟକଣା।  ଆଜିଠୁ ନିର୍ବିଘ୍ନରେ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି । କୋଭିଡ୍ କଟକଣାରେ କିଛିଟା କୋହଳ କରିବା ସହ ମହାପ୍ରଭୁଙ୍କ ଦର୍ଶନ ଲାଗି ଖୋଲା ବ୍ୟବସ୍ଥା ହୋଇଛି। ତେବେ ସାମାଜିକ ଦୂରତା, ମାସ୍କ ଏବଂ ଏସ୍ଓପି ମାନି ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଭକ୍ତଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ୍ ବ୍ୟବସ୍ଥା ହୋଇଛି। ସୁରକ୍ଷା ଦାୟିତ୍ୱରେ ରହିଛନ୍ତି ୨୬ ପ୍ଲାଟୁନ ପୋଲିସ ଫୋର୍ସ । ସକାଳ ୬ଟାରୁ ୭ଟା ପୁରୀବାସୀ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ପୁରୀବାସୀ ନିଜର ପରିଚୟ ପତ୍ର ଦେଖାଇ ସିଂହଦ୍ୱାର ଦେଇ ପ୍ରବେଶ କରି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ।

ସକାଳ ୭ଟାରୁ ସିଂହଦ୍ୱାରରେ ଲାଗିଛି ଭିଡ଼। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ଧାଡିରେ ଦର୍ଶନ ବ୍ୟବସ୍ଥା କରାଯାଇଛି । ପ୍ରତିଦିନ ପାଖାପାଖି ୩୦ହଜାର ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛ। ଥର୍ମାଲ ସ୍କ୍ରିନିଂ ସମୟରେ ୧୦୦ଡିଗ୍ରୀ ଉପରକୁ ତାପମାତ୍ରା ଥିଲେ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଛଡ଼ାଯିବ ନାହିଁ ବୋଲି ନିର୍ଦ୍ଦେଶ ରହିଛି।

ଏ ନେଇ ଜିଲ୍ଲାପାଳ ସମର୍ଥ ବର୍ମା ବ୍ୟବସ୍ଥା ଉପରେ ଦୃଷ୍ଟି ରଖିଛନ୍ତି। କହିଛନ୍ତି, ‘ଆଜି ଠିକ୍‌ ସମୟରେ ଦର୍ଶନ ଆରମ୍ଭ ହୋଇଛି। ବୟସ୍କ, ଭିନ୍ନକ୍ଷମଙ୍କ ପାଇଁ ସ୍ୱତନ୍ତ୍ର ଲାଇନ ରହିଛି । କୋଭିଡ ରିପୋର୍ଟ ଉପରେ ଗୁରୁତ୍ୱ ଦିଆଯାଉନି, କିନ୍ତୁ କୋଭିଡ କଟକଣା ମାନିବାକୁ ବାଧ୍ୟ କରାଯାଇଛି’ ବୋଲି କହିଛନ୍ତି ଜିଲ୍ଲପାଳ ସମର୍ଥ ବର୍ମା।

ଏତେ ଦିନ ପରେ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking