19.1 C
Bhubaneswar
Wednesday, February 11, 2026
Homeଓଡିଶାପୁରୀ ଜଗିବେ ୬୦ ପ୍ଲାଟୁନ ଫୋର୍ସ: ଏସ୍‌ପି ବିନୀତ ଅଗ୍ରୱାଲ

ପୁରୀ ଜଗିବେ ୬୦ ପ୍ଲାଟୁନ ଫୋର୍ସ: ଏସ୍‌ପି ବିନୀତ ଅଗ୍ରୱାଲ

ପୁରୀ: ପୁରୀରେ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ତା ଗ୍ରହଣ କରାଯାଇଥିବା କହିଛନ୍ତି ପୁରୀ ଏସ୍‌ପି ବିନୀତ ଅଗ୍ରୱାଲ । ଦାୟିତ୍ବରେ ରହିବେ ୬୦ ପ୍ଲାଟୁନ ପୋଲିସ ଫୋର୍ସ । ସିସିଟିଭି ବଳୟରେ ରହିବ ଶ୍ରୀକ୍ଷେତ୍ର । ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ,ପର୍ଯ୍ୟଟକଙ୍କ ସୁରକ୍ଷା,ଟ୍ରାଫିକ ସୁପରିଚାଳନାକୁ ଗୁରୁତ୍ବ ଦିଆଯାଇଛି । ସମୁଦ୍ର କୂଳରେ ଅଘଟଣ ରୋକିବାକୁ ମୁତୟନ ହେବେ ଲାଇଫ ଗାର୍ଡ । ଡିସେମ୍ବର ୩୧ରୁ ଜାନୁଆରୀ ୧ ତାରିଖ ଯାଏ ଏହି କଟକଣା ବଳବତ୍ତର ରହିବ । ପୁରୀର ମୁଖ୍ୟ ପ୍ରବେଶ ପଥରେ ଚେକିଂକୁ କଡାକଡି କରାଯିବ । ଭୁବନେଶ୍ୱରରୁ ଆସୁଥିବା ଚାରିଚକିଆ ଯାନ ଜେଲ୍ ରୋଡ ପାର୍କିଂରେ, କୋଣାର୍କରୁ ଆସୁଥିବା ଚାରିଚକିଆ ତାଳବଣିଆ ପାର୍କିଂରେ ଓ ବ୍ରହ୍ମଗିରିରୁ ଆସୁଥିବା ଚାରିଚକିଆ ଯାନ ଷ୍ଟର୍ଲିନ କିମ୍ବା ଯାତ୍ରିକା ପାର୍କିଂରେ ରହିବ। ମେଡିକାଲ୍ ଛକଠାରୁ ଶ୍ରୀମନ୍ଦିର ଓ ବେଳାଭୂମି ପର୍ଯ୍ୟନ୍ତ କୌଣସି ଚାରିଚକିଆ ଯାନ ଯାତାୟାତ କରିବ ନାହିଁ। ମାର୍କେଟ ଛକଠାରୁ ହେବ ନୋ ଭେକାଇଲ ଜୋନ । ଶ୍ରୀମନ୍ଦିର ବାହାରେ ଓ ଶ୍ରୀମନ୍ଦିର ଭିତରେ ଭିଡ ନିୟନ୍ତ୍ରଣ ସହ ମହାପ୍ରଭୁଙ୍କ ଦର୍ଶନର ସୁବ୍ୟବସ୍ଥା କରାଯିବ। ବେଳାଭୂମିରେ ପର୍ଯ୍ୟାପ୍ତ ଲାଇଫଗାର୍ଡ ମୁତୟନ ହେବାସହ ଜିରୋ ନାଇଟ୍ ସେଲିବ୍ରେସନ ବେଳେ ପାଟ୍ରୋଲିଂକୁ ମଧ୍ୟ କଡାକଡି କରାଯିବ। ମଦ୍ୟପାନ କରି ଗାଡି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଆନ୍ତରାଜ୍ୟ ଲୁଟେରା ଗ୍ୟାଙ୍ଗ୍ ଉପରେ ତୀକ୍ଷ୍ନ ନଜର ରଖାଯିବ ବୋଲି ଏସପି କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking