30.1 C
Bhubaneswar
Wednesday, April 24, 2024
Homeଓଡିଶାଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ସୁପ୍ରିମକୋର୍ଟର ଦୁଇ ବରିଷ୍ଠ ବିଚାରପତି

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ସୁପ୍ରିମକୋର୍ଟର ଦୁଇ ବରିଷ୍ଠ ବିଚାରପତି

ପୁରୀ : ମହାପ୍ରଭୁଙ୍କ ଦର୍ଶନ କଲେ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି। ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଭୂଷଣ ରାମକୃଷ୍ଣ ଗଭାଇ ଏବଂ ଉଦୟ ଉମେଶ ଲଲିତ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ ତାଙ୍କୁ ସ୍ୱାଗତ କରିବା ସହ ଶ୍ରୀମନ୍ଦିର ଭିତରକୁ ପୋଛୋଟି ନେଇଥିଲେ। ଦୁଇ ବିଚାରପତି ବେଢା ଭିତରେ ଥିବା ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ ପରେ ମହାପ୍ରଭୁଙ୍କ ଦର୍ଶନ ଲାଭ କରିଥିଲେ। ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ ଲାଭ କରି ଉଭୟେ ନିଜକୁ ଧନ୍ୟମନେ କରିଥିଲେ। ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ସଂସ୍କାର ସମ୍ପର୍କିତ ମାମଲା ଚାଲିଥିବାବେଳେ ଏହି ଦୁଇ ବିଚାରପତିଙ୍କ ଶ୍ରୀମନ୍ଦିର ପରିଦର୍ଶନରେ ଆସିବା ବେଶ ଗୁରୁତ୍ୱ ବହନ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking