30.1 C
Bhubaneswar
Monday, May 6, 2024
Homeଓଡିଶାଶରଧାବାଲି ଅଭିମୁଖେ ଗଡ଼ିଲା ଶ୍ରୀଜିଉଙ୍କ ରଥ

ଶରଧାବାଲି ଅଭିମୁଖେ ଗଡ଼ିଲା ଶ୍ରୀଜିଉଙ୍କ ରଥ

ପୁରୀ : ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରାର ଆୟୋଜନ ଜାରି ରହିଛି । ରଥ ଉପରେ ସମସ୍ତ ନୀତିକାନ୍ତି ସପନ୍ନ ହୋଇଛି । ତିନି ରଥ ଉପରେ ଛେରାପହଁରା ନୀତି ଶେଷ କରି ଗଜପତି ମହାରାଜ ଶ୍ରୀନଅରକୁ ଫେରିଯିବା ପରେ ରଥଗୁଡ଼ିକରେ ସାରଥୀ ଓ ଘୋଡ଼ାଯୋଚା କାମ ଶେଷ ହୋଇଛି । ତିନି ରଥକୁ ଶରଧାବାଲି ଅଭିମୁଖେ ନିଆଯାଉଛି । ମଧ୍ୟାହ୍ନ ୧୨ଟାରେ ବଳଭଦ୍ରଙ୍କ ରଥ ପ୍ରଥମେ ଶରଧାବାଲି ଅଭିମୁଖେ ଗଡ଼ିଛି । ବିନା ଭକ୍ତରେ ସେବାୟତମାନେ ରଥାରୁଢ଼ ଶ୍ରୀଜିଉମାନଙ୍କୁ ହର୍ଷୋଲ୍ଲାସର ସହିତ ଟାଣି ଟାଣି ନେଉଛନ୍ତି । ଏକ ବର୍ଣ୍ଣାଢ଼୍ୟ ଆଧ୍ୟାତ୍ମିକ ପରିବେଶରେ ଆଗେ ଆଗେ ତାଳଧ୍ୱଜରେ ବଳଭଦ୍ର, ମଝିରେ ଦର୍ପଦଳନରେ ଦେବୀ ସୁଭଦ୍ରା ଓ ଶେଷରେ ଗହଳି ଲଗାଇ କାଳିଆ ଠାକୁର ନନ୍ଦିଘୋଷରେ ବାହାରିଛନ୍ତି । କୋଭିଡ-୧୯ କଟକଣାରେ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ଆୟୋଜନ ହୋଇଛି । ଆଜି ଭୋର ସାଢ଼େ ୪ଟାରୁ ରଥଯାତ୍ରା ନୀତି ଅନୁଷ୍ଠିତ ହୋଇଥିଲା । ପହଣ୍ଡି ବିଜେ ୭ଟାରୁ ଆରମ୍ଭ ହୋଇଥିବା ବେଳେ ଏହା ସକାଳ ୧୦ଟା ପୂର୍ବରୁ ଶେଷ ହୋଇଯାଇଥିଲା । ଏହା ପରେ ରଥାରୁଢ଼ ଶ୍ରୀଜିଉମାନଙ୍କୁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଥିଲେ । ସେହିପରି ଗଜପତି ମହାରାଜ ତିନି ରଥ ଉପରେ ଛେରାପହଁରା କରିଥିଲେ । ଚଳିତ ବର୍ଷ ପୁରୀକୁ ସାଧାରଣ ଭକ୍ତଙ୍କୁ ବାରଣ ହୋଇଛି । ପୁରୀର ଜନତା ମଧ୍ୟ ନିଜ ଘରର ଛାତ ଉପରେ ଥାଇ ରଥଯାତ୍ରାକୁ ଦେଖିପାରୁ ନାହାନ୍ତି । ଗତକାଲି ଠାରୁ ବଡ଼ଦାଣ୍ଡରେ ୧୪୪ ଧାରା ଲାଗୁ ହୋଇଯାଇଛି । କରୋନା ଗାଇଡଲାଇନ ଅନୁସାରେ ଘୋଷଯାତ୍ରାର ଆୟୋଜନ ହେଉଥିବାରୁ ଲୋକମାନେ ବାଧ୍ୟତାମୂଳକ ଭାବେ କଟକଣାକୁ ପାଳନ କରୁଛନ୍ତି । ଲୋକେ ମହାପ୍ରଭୁଙ୍କ ଯାତ୍ରାକୁ ଟେଲିଭିଜନ ମାଧ୍ୟମରେ ଦେଖୁଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking