26.1 C
Bhubaneswar
Friday, March 29, 2024
Homeଓଡିଶାପୁରୀରେ ସେବାୟତ ସଂକ୍ରମିତ

ପୁରୀରେ ସେବାୟତ ସଂକ୍ରମିତ

ପୁରୀ: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ୮ ଜଣ କର୍ମଚାରୀ ଓ ସେବାୟତ କରୋନାରେ ସଂକ୍ରମିତ ହୋଇଛନ୍ତି । ଶ୍ରୀମନ୍ଦିର ସମ୍ମୁଖ ସିଂହଦ୍ୱାର ଜୋତାଷ୍ଟାଣ୍ଡର ୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ପୁରୀ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପୁରୀରେ ୭ ସେବାୟତ ଓ ସେମାନଙ୍କ ୩ ପରିବାର ସଦସ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜୋତା ଷ୍ଟାଣ୍ଡର ୮ ଜଣ ଓ ଶ୍ରୀମନ୍ଦିର ପ୍ରଶାସନର ୩ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି । ଜଗନ୍ନାଥ ଟେମ୍ପଲ ପୋଲିସ ଓ ଜଣେ ମାଳି ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି । ମୋଟ ୨୩ ଜଣ ପଜିଟିଭ ନେଇ ଶ୍ରୀମନ୍ଦିର ପ୍ରଶାସନ ସୂଚନା ପ୍ରଦାନ କରିଛନ୍ତି ।
ସେହିଭଳି ପୁରୀରେ ଜଣେ ୧୩ ବର୍ଷୀୟ ନାବାଳିକା ପର୍ଯ୍ୟଟକ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ, ସୁରତରୁ ବାପାମାଆ ସହ ସେ ଆସିଥିଲେ । ପରେ ପୁରୀ ରେଳ ଷ୍ଟେସନରେ ତାଙ୍କର ଆଣ୍ଟିଜେନ ଟେଷ୍ଟ ହୋଇଥିଲା । ଯେଉଁଥିରେ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି । ପଜିଟିଭ ଚିହ୍ନଟ ପରେ କୋଭିଡ ହସ୍ପିଟାଲରେ ନାବାଳିକା ଜଣକ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ମାତ୍ର ତାଙ୍କ ବାପାମାଙ୍କ କୋଭିଡ ରିପୋର୍ଟ ନେଗେଟିଭ ଆସିଛି । ଆକ୍ରାନ୍ତ ନାବାଳିକାଙ୍କର ଆଜି ପୁଣି ଆରଟି-ପିସିଆର ଟେଷ୍ଟ ହେବ ବୋଲି ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking