25.1 C
Bhubaneswar
Monday, February 23, 2026
Homeଓଡିଶାପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍

ପୁରୀ : ପୁଣି ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ଫଟୋ। ଏଥର ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ। ଏହାପରେ ସାମ୍ନାକୁ ଆସିଥିଲା ଘଟଣା। ବାରମ୍ବାର ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଏହାକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି। ନିକଟରେ ଗତ ଜାନୁଆରୀ ୫ ତାରିଖ ଦିନ ଶ୍ରୀମନ୍ଦିରେ ଉପରେ ଡ୍ରୋନ ଉଡ଼ିଥିଲା। ଶ୍ରୀମନ୍ଦିର ମେଘନାଦ ପାଚେରୀ, ଦଧିନଉତି, ନୀଳଚକ୍ର ସବୁଠି ଅଟକି ଅଟକି ଭିଡିଓ ଶୁଟ୍ କରିଥିଲା। ଏମିତିକି ବେଶ ତଳକୁ ଓହ୍ଲାଇ ବି ଭିଡିଓ ରେକର୍ଡ କରିଥିବା ଜଣାପଡ଼ିଛି। ଏସବୁକୁ ବାହାରେ ଥିବା ଶ୍ରଦ୍ଧାଳୁ ଦେଖିଥିଲେ ଓ ନିଜ ଫୋନରେ ରେକର୍ଡିଂ ବି କରିଥିଲେ। ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ହେଲେ ପୁଲିସ୍ କିମ୍ବା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking