30.1 C
Bhubaneswar
Saturday, May 18, 2024
Homeଓଡିଶାଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ଚାଲିଛି ପବିତ୍ର କାର୍ତ୍ତିକ ମାସ । ଆସନ୍ତାକାଲି ଅର୍ଥାତ ବୁଧବାର କାର୍ତ୍ତିକ କୃଷ୍ଣ ତିଥି । ଏହି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀଜିଉଙ୍କର ହେବ ଶ୍ରୀମୁଖ ଶୃଙ୍ଗାର । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀଗୁଣ୍ଡିଚା ମନ୍ଦିରର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକି ଉଠିବ ।  ଏହା ଏକ ଗୁପ୍ତ ସେବା ଓ  ଏହା ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଛଅ ଘଣ୍ଟାର ନୀତି ରହିଛି ।

ଅବରାହ୍ନ ୪ ଟାରୁ ଏହି ନୀତି ଆରମ୍ଭ ହେବ । ପ୍ରାୟତଃ ୪ ଘଣ୍ଟା କାଳ କରାଯିବ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର । ଏହା ଏକ ଗୁପ୍ତ ନୀତି । ଏନେଇ ବୁଧବାର ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ରାତି ୮ଟା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking