30.1 C
Bhubaneswar
Wednesday, April 24, 2024
Homeଓଡିଶାଶନି, ରବି ଶ୍ରୀମନ୍ଦିର ବନ୍ଦ

ଶନି, ରବି ଶ୍ରୀମନ୍ଦିର ବନ୍ଦ

ପୁରୀ: ଏଣିକି ପ୍ରତି ଶନିବାର ଓ ରବିବାର ଶ୍ରୀମନ୍ଦିର ବନ୍ଦ ରହିବ । ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ । ଏଣିକି ଶ୍ରୀମନ୍ଦିର ବାହାର କାଠରୁ ଭକ୍ତ ଦର୍ଶନ କରିବେ । କରୋନା ସଂକ୍ରମଣ ବଢୁଥିବା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି । ଆସନ୍ତା ୨୪ ତାରିଖ ଠାରୁ ଏହି କଟକଣା ଲାଗୁ ହେବ ବୋଲି ସୂଚନା ମିଳିଛି । ଆଜି ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକ ଏହି କଟକଣା ନେଇ ନିଷ୍ପତ୍ତି ହୋଇଛି । ପୂର୍ବରୁ କେବଳ ରବିବାର ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହୁଥିଲା । ଏବେ କିନ୍ତୁ ଶନିବାର ଓ ରବିବାର ବି ବନ୍ଦ ରହିବ । ବର୍ତମାନ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୩ ହଜାର ପାର୍ କରିଛି । ଆଜି ରାଜ୍ୟରେ ୩୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅନୁଗୁଳରୁ ୪୪, ବାଲେଶ୍ୱରରୁ ୧୫୧, ବରଗଡରୁ ୧୩୨, ଭଦ୍ରକରୁ ୫୩, ବଲାଙ୍ଗୀରରୁ ୧୩୩, ବୌଦ୍ଧରୁ ୯, କଟକରୁ ୧୬୩, ଦେବଗଡରୁ ୧୯, ଢେଙ୍କାନାଳରୁ ୧୬, ଗଜପତିରୁ ୧୮, ଗଂଜାମରୁ ୫୫, ଜଗତସିଂହପୁରରୁ ୨୯, ଯାଜପୁରରୁ ୭୫, ଝାରସୁଗୁଡାରୁ ୮୯, କଳାହାଣ୍ଡିରୁ ୫୫, କନ୍ଧମାଳରୁ ୧୦, କେନ୍ଦ୍ରାପଡାରୁ ୨୨, କେନ୍ଦୁଝରରୁ ୧୦୫, ଖୋର୍ଦ୍ଧାରୁ ୫୩୪, କୋରାପୁଟରୁ ୨୩, ମାଲକାନଗିରିରୁ ୩, ମୟୁରଭଂଜରୁ ୭୧, ନବରଙ୍ଗପୁରରୁ ୧୫୬, ନୟାଗଡରୁ ୧୫, ନୂଆପଡାରୁ ୧୪୦, ପୁରୀରୁ ୧୧୪, ରାୟଗଡାରୁ ୩୮, ସମ୍ବଲପୁରରୁ ୧୫୩, ସୋନପୁରରୁ ୪୨, ସୁନ୍ଦରଗଡରୁ ୫୨୩, ଷ୍ଟେଟ ପୁଲରୁ ୧୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତମାନ ରାଜ୍ୟରେ ୧୬୮୮୯ଟି ଆକ୍ଟିଭ କେସ ରହିଥିବା ବେଳେ ୩୪୨୫୭୦ ଜଣ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking