27.1 C
Bhubaneswar
Sunday, June 30, 2024
Homeଅପରାଧସ୍ୱାମୀ-ସ୍ତ୍ରୀ ମଧ୍ୟରେ କଳହ ; ରାଗରେ ବିଷ ପିଇ ନିଜର ବେକ କାଟିଲା ସ୍ୱାମୀ

ସ୍ୱାମୀ-ସ୍ତ୍ରୀ ମଧ୍ୟରେ କଳହ ; ରାଗରେ ବିଷ ପିଇ ନିଜର ବେକ କାଟିଲା ସ୍ୱାମୀ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଉତ୍ତରପଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ବିଷ ପିଇ ନିଜ ବେକ କାଟିଲା ଯୁବକ । ସୁଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଉତ୍ତରପଡା ଗ୍ରାମର ରଞ୍ଜନ ରାଉଳ ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଗୁରୁବାର ସକାଳୁ ପାରିବାରିକ କଳହ ଉପୁଜି ଥିଲା । ଏ ନେଇ ଗ୍ରାମର କିଛି ଭଦ୍ର ବ୍ୟକ୍ତି ସ୍ଵାମୀ ସ୍ତ୍ରୀ ମଧ୍ୟରେ ଉପୁଜିଥିବା କଳହ ସମାଧାନ ପାଇଁଆସିଥିବାବେଳେ ରଞ୍ଜନ ଉତକ୍ଷିପ୍ତ ହୋଇ ଘର ଭିତରକୁ ପଶିଯାଇ ଘରେ ଥିବା ବିଷ ପିଇବା ସହିତ ଏକ ଧାରୁଆ ଅସ୍ତ୍ରରେ ନିଜ ବେକକୁ କାଟି ଦେଇଥିଲେ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ରଞ୍ଜନଙ୍କୁ ଗ୍ରାମବାସୀ ଏବଂ ପରିବାର ଲୋକେ ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରିଥିଲେ। କିନ୍ତୁ ରଞ୍ଜନଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତର ଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking