ଭୁବନେଶ୍ୱର: ଆଜି ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ପଞ୍ଚମ ଦିନ । ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରଶ୍ନୋତ୍ତର ସ୍ୱାଭାବିକ ଭାବେ ଚାଲିଛି । ବିଧାୟକ, ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ ।ଆଜି ବିଦ୍ୟାଳୟ ଓ ଗଣଶିକ୍ଷା – ଉଚ୍ଚ ଶିକ୍ଷା – ଶିଳ୍ପ – ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ – କ୍ରୀଡା ଓ ଯୁବକଲ୍ୟାଣ -ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା – ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି – ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଭଳି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଚାଲିଛି ।










