17.1 C
Bhubaneswar
Saturday, January 4, 2025
Homeବ୍ରେକୀଙ୍ଗଓଡ଼ିଶାରେ ରେଲ୍‌ୱେ ପ୍ରକଳ୍ପ ପାଇଁ କେନ୍ଦ୍ର ଘୋଷଣା କଲା ଅନୁଦାନ

ଓଡ଼ିଶାରେ ରେଲ୍‌ୱେ ପ୍ରକଳ୍ପ ପାଇଁ କେନ୍ଦ୍ର ଘୋଷଣା କଲା ଅନୁଦାନ

ଭୁବନେଶ୍ୱର: ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରାଯିବ। ଏଥିଲାଗି ଚଳିତ ବଜେଟ୍‌ରେ କେନ୍ଦ୍ର ସରକାର ଓଡ଼ିଶା ପାଇଁ ୫ ହଜାର ୫୨୮ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଏନେଇ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି।

୨୦୦୯-୧୪ ମଧ୍ୟରେ ଓଡ଼ିଶାକୁ ହାରାହାରି ୮୩୮ କୋଟି ଟଙ୍କା ଆସିଥିବା ବେଳେ ୨୦୨୧-୨୨ରେ ଏହାର ୫୬୦ ପ୍ରତିଶତ ଅଧିକ ଅନୁଦାନ ଦିଆଯାଇଥିବା କେନ୍ଦ୍ର ରେଳମନ୍ତ୍ରୀ କହିଛନ୍ତି। ଯେଉଁଥିରେ ନୂଆ ରେଳପଥ, ଗେଜ୍ ପରିବର୍ତ୍ତନ ଓ ଦୋହରୀକରଣ ଭଳି ୩୯ଟି ପ୍ରକଳ୍ପ ରହିଛି। ନିର୍ମାଣାଧିନ ମୋଟ୍ ୪, ୮୭୭ କିଲୋମିଟର ରେଳ ଲାଇନ୍‌ ପାଇଁ ହୋଇଥିବା ୬୧,୯୪୯ କୋଟି ଟଙ୍କା ଖର୍ଚ୍ଚ ଅଟ୍ଟକଳରେ ଏହା ଏକ ଅଂଶ ବୋଲି କୁହାଯାଇଛି । ୨୮୯ କିଲୋମିଟର ଲମ୍ବର ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳପଥ ପାଇଁ ୫୦୦ କୋଟି ଟଙ୍କା, ୯୮.୭ କିଲୋମିଟର ଲମ୍ବର ଅନୁଗୁଳ-ସୁକିନ୍ଦା ରୋଡ୍ ପାଇଁ ୪୦୦ କୋଟି ଟଙ୍କା, ୮୨ କିଲୋମିଟର ହରିଦାସପୁର-ପାରାଦୀପ ପାଇଁ ୧୦୦ କୋଟି ଟଙ୍କା, ୧୫୪ କି.ମି. ତାଳଚେର-ବିମଳାଗଡ଼ ୧୦ କୋଟି ଟଙ୍କା, ୧୩୦ କିଲୋମିଟର ଜୟପୁର-ମାଲକାନାଗିରି ରୁଟ୍ ପାଇଁ ୨୮ କୋଟି ଟଙ୍କା, ୩୮ କିଲୋମିଟର ଲମ୍ବର ଜୟପୁର-ନବରଙ୍ଗପୁର ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି ରେଳମନ୍ତ୍ରୀ। ଖୋର୍ଦ୍ଧା-ବାରଙ୍ଗ ତୃତୀୟ ଲାଇନ୍ ପାଇଁ ୨୦ କୋଟି ଟଙ୍କା, ସମ୍ବଲପୁର-ଟିଟିଲାଗଡ଼ ପାଇଁ ୨୫ କୋଟି ଟଙ୍କା ଦିଆଯାଇଥିବା ସୂଚନା ମିଳିଛି। ରାଜ୍ୟରେ ରେଳ ପ୍ରକଳ୍ପ ଗୁଡ଼ିକ ପାଇଁ ଓଡ଼ିଶା ସରକାର ୭,୨୦୦ କୋଟି ଟଙ୍କା ଦାବି କରିଥିବାବେଳେ କେନ୍ଦ୍ର ସରକାର ୫ ହଜାର ୫୨୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking