ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଜି ପାଇଁ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ‘ୟେଲୋ ୱାର୍ଣ୍ଣିଂ’ ଜାରି କରିଛି। ବଜ୍ରପାତ ଓ ଝଡବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧା ଭଳି ୧୪ଟି ଜିଲ୍ଲା ପାଇଁ ମଧ୍ୟ ‘ୟେଲୋ ଆଲର୍ଟ’ ଜାରି କରାଯାଇଛି। ସେହିପରି ପାଣିପାଗ ବିଭାଗ ଆସନ୍ତାକାଲି ୧୩ଟି ଜିଲ୍ଲାରେ ଝଡ଼ ତୋଫାନ ଓ ବଜ୍ରପାତ ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରିଛି।










