27.1 C
Bhubaneswar
Wednesday, March 25, 2026
Homeଓଡିଶାଲାଗି ରହିଛି ବର୍ଷା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଲାଗି ରହିଛି ବର୍ଷା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟାରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଅବପାତରେ ପରିଣତ ହେବା ପରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ ଏବଂ ତା’ପରବର୍ତ୍ତୀ ୨୪ ଘଣ୍ଟା ଯାଏ ସେହି ଅବପାତ ହୋଇ ରହିବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ମଧ୍ୟ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଅନେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ବା ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନ ସହିତ ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ସବୁ ସ୍ଥାନରେ ପାଗ ଶୁଖିଲା ରହିବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି। ୨୨ ତାରିଖ ସକାଳ ସାଢ଼େ ୮ଟାରୁ ରାଜ୍ୟର ସବୁ ଜିଲ୍ଲାରେ ପାଗ ଶୁଖିଲା ରହିପାରେ ବୋଲି ପୂର୍ବାନୁମାନ କରିଛି ବିଭାଗ।

ସେହିପରି ଆଗାମୀ ୩ ଦିନରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତା’ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ ୨-୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି। ଆଜି ସୁନ୍ଦରଗଡ଼ ଓ ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ରହିବ ବୋଲି ପୂର୍ବାନୁମାନ କରାଯାଇଥିବା ବେଳେ ଝାରସୁଗୁଡ଼ା, ବୌଦ୍ଧ ଓ ଜଗତସିଂହପୁରରେ ୧୪, ବାରିପଦା, ନୂଆପଡ଼ା, ଫୁଲବାଣୀ ଓ କୋରାପୁଟରେ ୧୫, କେନ୍ଦୁଝର ଓ ଅନୁଗୋଳରେ ୧୬, ଭଦ୍ରକ, କେନ୍ଦ୍ରାପଡ଼ା, ଦେବଗଡ଼, ବରଗଡ଼ ଓ ବାଲେଶ୍ୱର ୧୭, କଟକ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଟିଟିଲାଗଡ଼, ଭବାନୀପାଟଣା, ଖୋର୍ଦ୍ଧା ଓ ବଲାଙ୍ଗିରରେ ୧୮ ଡିଗ୍ରୀ ସେଲ୍‌ସିୟସ ରହିପାରେ। ସେହିଭଳି ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ରହିପାରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking