ଗଜପତି: ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ବିଶେଷକରି ଗଜପତିରେ ଲଗାଣ ବର୍ଷା ଯୋଗୁଁ ସ୍ଥିତି ବେହାଲ। କେଉଁଠି ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚରେ ବର୍ଷା ପାଣି ତ କେଉଁଠି ବ୍ରିଜ ଉପରେ ପାଣି । ଆଉ କେଉଁଠି ବ୍ରିଜ କାମ ଲାଗି ଥିବା ବେଳେ ଭସାଇ ନେଲା ସଟର ପ୍ଲେଟ ଗାଡି ସମେତ ଅସ୍ଥାୟୀ ରାସ୍ତା ଘାଟ । ଦିଗପହଣ୍ଡିର ଘୋଡ଼ାହାଡ଼ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଘୋଡ଼ାହାଡ଼ ନଦୀ ତଟବର୍ତ୍ତୀ ଆଞ୍ଚଳ ପାଇଁ ସତର୍କ ସୂଚନା ଜାରି ସହ ଡାକବାଜି ଯନ୍ତ୍ର ମାଧ୍ୟମରେ ସର୍ତକ କରାଇଛି ଘୋଡ଼ାହାଡ଼ ଜଳ ସେଚନ ବିଭାଗ । ସେହିପରି ଲଗାଣ ବର୍ଷାରେ ଦିଗପହଣ୍ଡି ବ୍ଲକର ଭ୍ରମରପୁର ବ୍ରିଜର ଅସ୍ଥାୟୀ ରାସ୍ତା ଉପରେ ଚାରି ଫୁଟ ପାଣି ପ୍ରବାହିତ ହୋଇ ପାତ୍ରପୁର ବ୍ଲକର ତୁରୁବୁଡି ଓ ଖରିଆଗୁଡ଼ାକୁ ଗମନାଗମନ ବିଛିନ୍ନ ହୋଇଛି ।









