27.1 C
Bhubaneswar
Monday, December 23, 2024
Homeଓଡିଶାକାଲିଠୁ ବର୍ଷା

କାଲିଠୁ ବର୍ଷା

ଭୁବନେଶ୍ୱର: ଆସନ୍ତାକାଲି ଠୁ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ବି ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୫ରେ ୫ଟି ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାୟୁମଣ୍ଡଳରେ ପବନର ଦିଗ ପରିବର୍ତ୍ତନ ଯୋଗୁ ୨୪ ଓ ୨୫ରେ ବର୍ଷା ହେବ । ୨୪ରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି ଓ କନ୍ଧମାଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୫ରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ସୋଆ ଜଳବାୟୁ ଓ ପରିବେଶ  କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ଓଡ଼ିଶା  ଉପକୂଳରେ ବଙ୍ଗୋପସାଗର ଉପରେ ସୋମବାର ସନ୍ଧ୍ୟାରେ ଏକ ଗୁରୁଚାପ ରହିବ । ଏହା ପ୍ରଭାବରେ ରାଜ୍ୟରେ ୨୪ ତାରିଖରେ ବର୍ଷା ହୋଇପାରେ ।  ଭୁବନେଶ୍ୱର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା,  ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ  ଢେଙ୍କାନାଳରେ ବର୍ଷା ସମ୍ଭାବନା ଅଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking