29.1 C
Bhubaneswar
Sunday, September 29, 2024
Homeଓଡିଶା୧୪ ଜିଲ୍ଲାରେ ବର୍ଷା ସମ୍ଭାବନା

୧୪ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଆଜି ଉତ୍ତର ଓ ଉପକୂଳ ଅଂଚଳର ୧୪ ଜିଲ୍ଲାରେ ବର୍ଷା ଜାରି ରହିବ । ଅବପାତ ଦୁର୍ବଳ ହେଲେ ମଧ୍ୟ ଦକ୍ଷିଣରୁ ଉତ୍ତରକୁ ବାୟୁ ପ୍ରଭାବରୁ ୨ ଦିନ ବର୍ଷା ହେବ । ଗୋଟିଏରୁ ୨ ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ୨୯ ମିମି ବର୍ଷା ରେକର୍ଡ ହୋଇଛି । ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ମଧ୍ୟପ୍ରଦେଶ ଓ ବିଦର୍ଭ ଉପରେ ରହିଥିବା ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦକ୍ଷିଣପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଏହା ଧୀରେଧୀରେ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୪୮ ଘଣ୍ଟା ମଧ୍ୟରେ ଏହା ମଧ୍ୟପ୍ରଦେଶ ଅତିକ୍ରମ କରିବ। ଫଳରେ ଏବେ ଲଘୁଚାପର କୌଣସି ପ୍ରଭାବ ଓଡ଼ିଶା ଉପରେ ନାହିଁ।କେନ୍ଦ୍ରର ସୂଚନା ମୁତାବକ, ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ୧୪ ତାରିଖ ଦିନ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking