29.1 C
Bhubaneswar
Sunday, May 3, 2026
Homeଓଡିଶା୮  ଓ ୯ ତାରିଖରେ ରାଜ୍ୟରେ ବର୍ଷା

୮  ଓ ୯ ତାରିଖରେ ରାଜ୍ୟରେ ବର୍ଷା

ଭୁବନେଶ୍ୱର : ଆଗାମୀ ୮  ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ। ଠିକ୍ ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking