ଭୁବନେଶ୍ୱର: ଆଗାମୀ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ୧୧ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କୋରାପୁଟ, କଳାହାଣ୍ଡି , ସୋନପୁର, ସମ୍ବଲପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି । ଏହି ୭ ଜିଲ୍ଲାରେ ବିଜୁଳି ଘଡଘଡି, ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ୫ରୁ ତାରିଖ ଯାଏ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡିଶା ଓ ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହେଇପାରେ ।