30.1 C
Bhubaneswar
Sunday, June 16, 2024
Homeଓଡିଶାଲଘୁଚାପ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଲଘୁଚାପ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିରହିଛି । ଏହି ଲଘୁଚାପ କ୍ଷେତ୍ରଟି ଉତ୍ତରପୂର୍ବ ଦିଗରେ ଗତିକରିବାର ସମ୍ଭାବନା ରହିଛି । ଏହାପରେ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି । ଅନ୍ୟପଟେ ଏହି ଲଘୁଚାପରେ ଓଡ଼ିଶାରେ ବିଶେଷ କରି ନଥିବାରୁ ରାଜ୍ୟର କିଛି ସ୍ଥାନରେ ଗରମ ଅନୁଭୂତ ହେଉଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହୋଇପାରେ। ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking