27.2 C
Bhubaneswar
Wednesday, July 22, 2026
Homeଓଡିଶାଆହୁରି ୬ ଦିନ ଯାଏ ବର୍ଷା ସମ୍ଭାବନା

ଆହୁରି ୬ ଦିନ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର :  ରାଜ୍ୟରେ ବର୍ଷା ବିତ୍ପାତ ଜାରି ରହିଛି। ଆହୁରି ୬ ଦିନ ଯାଏ ବର୍ଷା ସମ୍ଭାବନା ଥିବା ବେଳେ ବର୍ଷାରେ ଭିଜିବ ବାହୁଡ଼ା ଯାତ୍ରା। ଆହୁରି ୪୮ ଘଣ୍ଟା  ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୫ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ଆଞ୍ଚଳିକ ପାଣିପାଗର ସୂଚନା ଅନୁଯାୟୀ, ଟ୍ରପ ପ୍ରଭାବରେ ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ନୂଆପଡା, ବରଗଡ଼, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ ଏହି ୫ ଜିଲ୍ଲାକୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ନବରଙ୍ଗପୁର, କଳାହାଣ୍ଡି କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, କେନ୍ଦୁଝର,ମୟୁରଭଞ୍ଜ ବାଲେଶ୍ୱର ଏହି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ଵାର୍ଣ୍ଣିଙ୍ଗ ଜାରି କରିଛି ବିଭାଗ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking