ଭୁବନେଶ୍ୱର: ବର୍ଷା ଆଣିପାରେ ଆଶ୍ବସ୍ତି । ୧୮ ତାରିଖ ପର୍ଯ୍ୟନ୍ତ ଓଡିଶାର ବିଭିନ୍ନ ଜିଲା ଗୁଡିକରେ ବିଜୁଳି ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାସହ ୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ମୟୁରଭଞ୍ଜ ଓ କେନ୍ଦୁଝର ଏହି ୧୨ ଜିଲ୍ଲାକୁକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି କାଳବୈଶାଖୀ ବର୍ଷାକୁ ନେଇ ୧୧ ଜିଲ୍ଲା କେନ୍ଦୁଝର, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ମୟୁରଭଂଜ, ନୂଆପଡା , କୋରାପୁଟ ,ମାଲକାନଗିରି ,ରାୟଗଡା, ଗଂଜାମ ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି ହୋଇଛି । ବିଜୁଳି ଘଡଘଡି ସହ ହାଲୁକା ବର୍ଷା ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।










