34.9 C
Bhubaneswar
Thursday, June 18, 2026
Homeଓଡିଶାଏହି ସବୁ ଜିଲ୍ଲାରେ ଆଜି ବର୍ଷା ହୋଇପାରେ

ଏହି ସବୁ ଜିଲ୍ଲାରେ ଆଜି ବର୍ଷା ହୋଇପାରେ

ଭୁବନେଶ୍ୱର ; ପଶ୍ଚିମ କେନ୍ଦ୍ରୀୟ  ବଙ୍ଗୋପସାଗର ଅଞ୍ଚଳରେ  ସୃଷ୍ଟି ହେଉଥିବା   ଲଘୁଚାପ ଫଳରେ  ଆଜିଠୁ  ଦୁଇ ଦିନ ଧରି  ରାଜ୍ୟରେ ବର୍ଷା ହେବ । ଏନେଇ  ଭୁବନେଶ୍ୱର  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଆସିଛି । ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।  ପାଣିପାଗ କେନ୍ଦ୍ର ଅନୁସାରେ, ଲଘୁଚାପ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ହେବ। ସେହିପରି ୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର‌୍ୟ୍ୟନ୍ତ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking