21.1 C
Bhubaneswar
Saturday, December 13, 2025
Homeଓଡିଶାବର୍ଷା : ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମନା

ବର୍ଷା : ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମନା

ଭୁବନେଶ୍ବର : ଆଜିଠୁ ରାଜ୍ୟରେ ବଢିବ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ୬ ଦିନ ପର୍ୟ୍ୟନ୍ତ ବର୍ଷା ଲାଗି ରହିବ । ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ଓ ତାପ ପର ୪ ଦିନ ପର୍ୟ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଉତ୍ତର ପଶ୍ଚିମବଙ୍ଗ ଓ ତତସଲଗ୍ନ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଥିବାରୁ ଏହା ଉତ୍ତର ପୂର୍ବଦିଗକୁ ଗତି କରିଥିବା ବେଳେ ଆଜି ଝାଡଖଣ୍ଡ ଆଡକୁ ଅଗ୍ରସର ହୋଇପାରେ । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । ମୁଖ୍ୟତଃ ୨୬ ତାରିଖ ପର୍ୟ୍ୟନ୍ତ ମତ୍ସ୍ୟଜୀବୀମାନଙ୍କ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଟି ଘରେ ରହୁଥିବା ଲୋକମାନଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking