28.1 C
Bhubaneswar
Monday, February 9, 2026
Homeଓଡିଶା୨୭ ଯାଏ ବର୍ଷା; ୧୭ ଜିଲାକୁ ସତର୍କତା

୨୭ ଯାଏ ବର୍ଷା; ୧୭ ଜିଲାକୁ ସତର୍କତା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦକ୍ଷିଣ-ପଶ୍ଚିମ ବିହାର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବାବେଳେ ଆସନ୍ତା ୧୨ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦୁର୍ବଳ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ମୌସୁମି ଋତୁରେ ସୃଷ୍ଟି ହୋଇଥିବା ପ୍ରଥମ ଲଘୁଚାପ ପ୍ରଭାବରେ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ହେବାରୁ ଉତ୍ତର ଓଡ଼ିଶାର ବାଲେଶ୍ବର ଜିଲାରେ ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖାର ଉପରମୁଣ୍ଡରେ ଭୀଷଣ ବର୍ଷା ହେବାରୁ ତଳମୁଣ୍ଡରେ ବନ୍ୟା ଦେଖାଦେଇଛି।

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ସକ୍ରିୟ ଥିବାରୁ ବିଭିନ୍ନ ଅଞ୍ଚଳରେ ବର୍ଷା ହେଉଛି। ଶନିବାର କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ପୁରୀ, ଭୁବନେଶ୍ବର, ପାରାଦ୍ବୀପ, କଟକ ଏବଂ ବାଲେଶ୍ବର ଜିଲାରେ ବର୍ଷା ହୋଇଛି। ଆସନ୍ତା ୨୭ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ୨୭ରେ ଅନୁଷ୍ଠିତ ହେବାକୁ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବର୍ଷାରେ ଭିଜିବା ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା, ଗଞ୍ଜାମ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସମ୍ଭାବନା ଥିବାରୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୪ରୁ ଦୁଇଦିନ ଧରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଝାରସୁଗୁଡ଼ାରେ ବଜ୍ରପାତ ସହ ପ୍ରବଳ ବର୍ଷା ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking